--:--:--
-- ---
Srishti News

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଯୋଗ ଶିବିର

Angul (ଅନୁଗୋଳ)ରିପୋର୍ଟ: ରୁଦ୍ର ମୋହନ ସାହୁ ଓ ସରୋଜ କାନ୍ତ ଜେନାJune 22, 202654 views
ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଯୋଗ ଶିବିର
ରିପୋର୍ଟ: ରୁଦ୍ର ମୋହନ ସାହୁ ଓ ସରୋଜ କାନ୍ତ ଜେନା ଅନୁଗୋଳ: ଅନ୍ତର୍ଜାତୀୟ ଯୋଗ ଦିବସ–୨୦୨୬ ଅବସରରେ ବିଶ୍ୱ ଯୁବ କେନ୍ଦ୍ର, ବଣୀନାଳି ଓ ଇଗ୍ନୁ ଆଞ୍ଚଳିକ କେନ୍ଦ୍ର ଅନୁଗୋଳର ମିଳିତ ଆନୁକୂଳ୍ୟରେ ପାଇକସାହି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଏକ ଯୋଗ ଶିବିର ଅନୁଷ୍ଠିତ ହୋଇଥିଲା। ଯୋଗ ଶିକ୍ଷକ ଚନ୍ଦନ ଶର୍ମା ଅଂଶଗ୍ରହଣକାରୀଙ୍କୁ ବିଭିନ୍ନ ଯୋଗାସନ ଓ ପ୍ରାଣାୟାମର ପ୍ରଶିକ୍ଷଣ ଦେଇ ନିୟମିତ ଯୋଗାଭ୍ୟାସର ଉପକାରିତା ସମ୍ପର୍କରେ ଅବଗତ କରାଇଥିଲେ। କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟକର୍ମୀ, ମହିଳା ଓ କିଶୋର–କିଶୋରୀ ମାନେ ଯୋଗଦେଇ ଯୋଗାଭ୍ୟାସ କରିଥିଲେ। ଶେଷରେ ସୁସ୍ଥ ଜୀବନଶୈଳୀ ପାଇଁ ଦୈନନ୍ଦିନ ଜୀବନରେ ଯୋଗକୁ ଆପଣାଇବାକୁ ଆହ୍ୱାନ କରାଯାଇଥିଲା।