--:--:--
-- ---
Srishti News

ଢେଙ୍କାନାଳରେ ଆନ୍ତର୍ଜାତୀୟ ଯୋଗ ଦିବସ-୨୦୨୬ ପାଳିତ, ଯୋଗ ଆମକୁ ସୁସ୍ଥ,ସୁଖୀ ଓ ମାନସିକ ଭାବେ ସଶକ୍ତ କରିଥାଏ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

Dhenkanal (ଢେଙ୍କାନାଳ)ରିପୋର୍ଟ - ସୁଶାନ୍ତ କୁମାର ପୋଥାଳ, ସ୍ୱତନ୍ତ୍ର ପ୍ରତିନିଧି , ଢେ଼ଙ୍କାନାଳJune 22, 202647 views
ଢେଙ୍କାନାଳରେ  ଆନ୍ତର୍ଜାତୀୟ ଯୋଗ ଦିବସ-୨୦୨୬ ପାଳିତ, ଯୋଗ ଆମକୁ ସୁସ୍ଥ,ସୁଖୀ ଓ ମାନସିକ ଭାବେ ସଶକ୍ତ କରିଥାଏ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ରିପୋର୍ଟ - ସୁଶାନ୍ତ କୁମାର ପୋଥାଳ, ସ୍ୱତନ୍ତ୍ର ପ୍ରତିନିଧି , ଢେ଼ଙ୍କାନାଳ ଢେଙ୍କାନାଳ, ୨୧.୬- ଆଜି ପ୍ରାତଃ ୬ଟାରେ ପିଏମ୍ ଶ୍ରୀ ( ବ୍ରଜନାଥ ବଡ଼ଜେନା) ବି.ବି. ହାଇସ୍କୁଲ,ଢେ଼ଙ୍କାନାଳ ପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ-୨୦୨୬ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରାଯାଇଛି। ଏହି ଅବସରରେ ବହୁ ସଂଖ୍ୟକ ଯୋଗପ୍ରେମୀ, ଛାତ୍ରଛାତ୍ରୀ, ସରକାରୀ ଅଧିକାରୀ ଓ ସାଧାରଣ ଜନତା ଯୋଗଦେଇ ଯୋଗ ମାଧ୍ୟମରେ ସୁସ୍ଥ ଓ ସନ୍ତୁଳିତ ଜୀବନଯାପନର ବାର୍ତ୍ତାକୁ ପ୍ରଚାର କରିଥିଲେ। ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ବିଜ୍ଞାନ ଏବଂ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଜିଲ୍ଲା ପରିଷଦ ଅଧକ୍ଷା ଶ୍ରୀମତୀ ଅର୍ଚ୍ଚନା ପୂହାଣ, ଜିଲ୍ଲାପାଳ ଶ୍ରୀ ଆଶିଷ ଈଶ୍ୱର ପାଟିଲ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ରମେଶ ଚନ୍ଦ୍ର ସେଠୀ, ଆରକ୍ଷୀ ଅଧୀକ୍ଷକ ଶ୍ରୀ ଅଭିନବ ସୋନକର, ଜ଼ିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଦୀପ୍ତି ରଞ୍ଜନ ସେଠୀ, ଢେଙ୍କାନାଳ ପୌରାଧ୍ୟକ୍ଷା ଶ୍ରୀମତୀ ଜୟନ୍ତୀ ପାତ୍ର ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ। ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ମନ୍ତ୍ରୀ ଶ୍ରୀ ପାତ୍ର କହିଥିଲେ ଯେ, ଯୋଗ ଆମକୁ ସୁସ୍ଥ, ସୁଖୀ ଏବଂ ମାନସିକ ଭାବେ ସଶକ୍ତ ରଖିଥାଏ। ତେଣୁ ପ୍ରତ୍ୟେକ ବ୍ୟକ୍ତି ନିଜ ଦୈନନ୍ଦିନ ଜୀବନରେ ଯୋଗକୁ ସାମିଲ କରିବା ଉଚିତ। ପରବର୍ତ୍ତୀ ସମୟରେ ଯୋଗ ମହୋତ୍ସବ ସମିତି, ଢେଙ୍କାନାଳର ପ୍ରଶିକ୍ଷକମାନଙ୍କ ନେତୃତ୍ୱରେ ଏକ ସାମୂହିକ ଯୋଗାଭ୍ୟାସ ଅନୁଷ୍ଠିତ ହୋଇଥିଲା। ଏଥିରେ ସମସ୍ତ ଅତିଥିଙ୍କ ସମେତ ଢେଙ୍କାନାଳ ସହରର ଯୋଗପ୍ରେମୀ ଓ ବିଭିନ୍ନ ସ୍କୁଲ ଏବଂ କଲେଜର ଛାତ୍ରଛାତ୍ରୀମାନେ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ। ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପୂର୍ବରୁ ଆୟୋଜିତ ପ୍ରବନ୍ଧ ଲେଖନ ଓ ବିତର୍କ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯିବା ସହ କାର୍ଯ୍ୟକ୍ରମର ସମାପନ ଘୋଷଣା କରାଯାଇଥିଲା। ଯୋଗ ମାଧ୍ୟମରେ ସୁସ୍ଥ ଶରୀର, ସୁସ୍ଥ ମନ ଓ ସୁସ୍ଥ ସମାଜ ଗଠନର ବାର୍ତ୍ତା ଦେଇ ଏହି କାର୍ଯ୍ୟକ୍ରମ ଢେଙ୍କାନାଳବାସୀଙ୍କ ପାଇଁ ଏକ ସ୍ମରଣୀୟ ଅନୁଭୂତି ସୃଷ୍ଟି କରିଥିଲା।