ବିକାଶ ଧାରା... ଓଡ଼ିଶା ସାରା କାର୍ଯ୍ୟକ୍ରମରେ ବିଭିନ୍ନ ସରକାରୀ ସହାୟତା ଓ କାର୍ଯ୍ୟାଦେଶ ବଣ୍ଟନ
Angul (ଅନୁଗୋଳ)ରିପୋର୍ଟ: ରୁଦ୍ର ମୋହନ ସାହୁ ଓ ସରୋଜ କାନ୍ତ ଜେନାJune 28, 202682 views

ଅନୁଗୋଳ: ରାଜ୍ୟରେ ବିଜେପି ସରକାରର ଦୁଇ ବର୍ଷ ପୂର୍ତ୍ତି ଅବସରରେ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀର ନୂଆମଉଜା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ 'ବିକାଶ ଧାରା... ଓଡ଼ିଶା ସାରା' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ଏହି କାର୍ଯ୍ୟକ୍ରମରେ ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପସ୍ଥିତ ଜନସାଧାରଣଙ୍କୁ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନା ସମ୍ପର୍କରେ ଅବଗତ କରାଇଥିଲେ। ସେ କହିଥିଲେ ଯେ, ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ ଶେଷ ହିତାଧିକାରୀଙ୍କ ପାଖରେ ପହଞ୍ଚାଇବା ପାଇଁ ସରକାର ପ୍ରତିବଦ୍ଧ।
ଏହି ଅବସରରେ ଯୋଗ୍ୟ ହିତାଧିକାରୀମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଅନ୍ତ୍ୟୋଦୟ ଯୋଜନା ଅଧୀନରେ ବାସଗୃହ, ଭତ୍ତା ସମେତ ବିଭିନ୍ନ ସରକାରୀ ଯୋଜନାର ସହାୟତା ରାଶି ଏବଂ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା।
କାର୍ଯ୍ୟକ୍ରମରେ ନୂଆମଉଜା ଗ୍ରାମ ପଞ୍ଚାୟତର ସରପଞ୍ଚ ବିକାଶ ପ୍ରଧାନ, ଅନୁଗୁଳ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ଆଲୋକ ମିଶ୍ର, ବିଜେପି ପଞ୍ଚାୟତ ସଭାପତି ବାଦଲ ସାହୁ, ପଞ୍ଚାୟତ ନିର୍ବାହୀ ଅଧିକାରୀ, ବିଜେପି ନେତ୍ରୀ ରୀନା ପ୍ରଧାନ, ଦଳର କର୍ମକର୍ତ୍ତା ଓ ବହୁ ସଂଖ୍ୟକ ଗ୍ରାମବାସୀ ଉପସ୍ଥିତ ଥିଲେ।
