କଳାହାଣ୍ଡିରେ ରହସ୍ୟଜନକ ମୃତ୍ୟୁ: ଡାଲଗୁମା ଧାନମଣ୍ଡି ନିକଟରୁ ଶୁକଦେବ ଧରୁଆଙ୍କ ମୃତଦେହ ଉଦ୍ଧାର, ତଦନ୍ତରେ ପୋଲିସ
Kalahandi (କଳାହାଣ୍ଡି)ରିପୋର୍ଟ: ରିତେଶ କୁମାର ମୁଣ୍ଡ, କୋକସରାJune 29, 202666 views

କୋକସରା/କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଅନ୍ତର୍ଗତ ଡାଲଗୁମା ଧାନମଣ୍ଡି ନିକଟରୁ ଶୁକଦେବ ଧରୁଆଙ୍କ ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।
ଘଟଣାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନଥିବାବେଳେ, ଏହା ହତ୍ୟା ନା ଆତ୍ମହତ୍ୟା ତାହାକୁ ନେଇ ବିଭିନ୍ନ ଚର୍ଚ୍ଚା ଚାଲିଛି। ସୂଚନା ପାଇ କୋକସରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
ମୃତ୍ୟୁର ପ୍ରକୃତ କାରଣ ପୋଷ୍ଟମର୍ଟମ ରିପୋର୍ଟ ଓ ପୋଲିସ ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି। ଘଟଣାକୁ ନେଇ ପୋଲିସ ବିଭିନ୍ନ ଦିଗରୁ ତଦନ୍ତ ଜାରି ରଖିଛି।
