ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି
Angul (ଅନୁଗୋଳ)ରିପୋର୍ଟ: ରୁଦ୍ର ମୋହନ ସାହୁ ଓ ସରୋଜ କାନ୍ତ ଜେନାJune 30, 202659 views

ଅନୁଗୋଳ: ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୫୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୪୫ଟି ବ୍ୟକ୍ତିଗତ ଓ ୫ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିଲା । ୬ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪୫ ହଜାର ଟଙ୍କା ଓ ୨ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ୱନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।
