୧୬ ନମ୍ବର ଜାତୀୟ ରାଜପଥରେ ଟ୍ରକ ଦୁର୍ଘଟଣା, ଚାଳକ ଓ ହେଲପର ଫେରାର
Jajpur (ଯାଜପୁର)ରିପୋର୍ଟ: ନିରୋଜ କୁମାର ସେଠୀ, ରସୁଲପୁରJuly 2, 202645 views

ଯାଜପୁର: ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଅନ୍ତର୍ଗତ ଖଣ୍ଡିତର ସୁଆସାହି ଗ୍ରାମ ନିକଟ ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥରେ ଗୁରୁବାର ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି।
ସୂଚନା ଅନୁସାରେ, ଚଳନ୍ତା ଟ୍ରକଟି ହଠାତ୍ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଲୁହା ବାଡ଼କୁ ଧକ୍କା ଦେଇ ତଳକୁ ଖସିପଡ଼ିଥିଲା। ଦୁର୍ଘଟଣା ପରେ ଟ୍ରକର ଚାଳକ ଓ ହେଲପର ଗାଡ଼ି ଛାଡ଼ି ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲେ।
ଖବର ପାଇ କୁଆଖିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିର ତଦାରଖ କରିବା ସହ ରାଜପଥରେ ସୃଷ୍ଟି ହୋଇଥିବା ଯାନଜଟକୁ ସ୍ୱାଭାବିକ କରିଥିଲେ। ଘଟଣାର ତଦନ୍ତ ଜାରି ରହିଛି।
