ଅନୁଗୋଳ ମୁଖ୍ୟ ଚିକିତ୍ସାଳୟରେ ରୋଗୀ କଲ୍ୟାଣ ସମିତି ବୈଠକ : ସ୍ୱାସ୍ଥ୍ୟସେବାର ଉନ୍ନତି ଉପରେ ଗୁରୁତ୍ୱ
Angul (ଅନୁଗୋଳ)ରିପୋର୍ଟ: ରୁଦ୍ର ମୋହନ ସାହୁ ଓ ସରୋଜ କାନ୍ତ ଜେନାJuly 6, 202670 views

ଅନୁଗୋଳ: ଅନୁଗୋଳ ସରକାରୀ ମୁଖ୍ୟ ଚିକିତ୍ସାଳୟ ପରିସରରେ ରୋଗୀ କଲ୍ୟାଣ ସମିତିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଢେଙ୍କାନାଳ ଲୋକସଭା ସାଂସଦ ଶ୍ରୀ ରୁଦ୍ର ନାରାୟଣ ପାଣି,ଅନୁଗୋଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ,ଛେଣ୍ଡିପଦା ବିଧାୟକ ଶ୍ରୀ ଅଗସ୍ତି ବେହେରା, ଅନୁଗୋଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ବବିତା ପ୍ରଧାନ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ସାଂସଦଙ୍କ ଜିଲ୍ଲା ପ୍ରତିନିଧି ଶ୍ରୀ ସୁଦୀପ ଗଡ଼ନାୟକ, ଜିଲ୍ଲାପାଳ ଶ୍ରୀ ଅବ୍ଦାଲ ଏମ୍. ଅଖତର, ଅନୁଗୋଳ ପୌରପାଳିକାର ନଗରପାଳ ଶ୍ରୀ ଅକ୍ଷୟ କୁମାର ସାମନ୍ତ, ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ମଦନ ମୋହନ ପ୍ରଧାନଙ୍କ ସମେତ ଜିଲ୍ଲାର ବରିଷ୍ଠ ପ୍ରଶାସନିକ ଓ ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।
ବୈଠକରେ ଜିଲ୍ଲାର ସ୍ୱାସ୍ଥ୍ୟସେବାର ମାନ ବୃଦ୍ଧି, ରୋଗୀଙ୍କୁ ଉନ୍ନତ ଓ ଗୁଣାତ୍ମକ ଚିକିତ୍ସା ସୁବିଧା ପ୍ରଦାନ, ହସ୍ପିଟାଲରେ ଅତ୍ୟାଧୁନିକ ଚିକିତ୍ସା ଉପକରଣ ଉପଲବ୍ଧ କରାଇବା, ଭିତ୍ତିଭୂମିର ବିକାଶ ସହ ବିଭିନ୍ନ ଉନ୍ନୟନମୂଳକ ପ୍ରସଙ୍ଗ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା।
ଉପସ୍ଥିତ ଅତିଥିମାନେ ସାଧାରଣ ଲୋକଙ୍କୁ ଅଧିକ ସୁଲଭ, ଉନ୍ନତ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇବା ଦିଗରେ ସମସ୍ତଙ୍କ ସମନ୍ୱିତ ପ୍ରୟାସ ଜାରି ରହିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏଭଳି ପଦକ୍ଷେପ ମାଧ୍ୟମରେ ଅନୁଗୋଳ ଜିଲ୍ଲାର ସ୍ୱାସ୍ଥ୍ୟସେବା ଆହୁରି ସୁଦୃଢ଼ ହେବ ବୋଲି ଆଶା ପ୍ରକାଶ କରାଯାଇଥିଲା।
