କୁରୁଡୋଲରେ ଜିଲ୍ଲାସ୍ତରୀୟ ବନ ମହୋତ୍ସବ ସପ୍ତାହ ପାଳିତ; ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା
Angul (ଅନୁଗୋଳ)ରିପୋର୍ଟ: ରୁଦ୍ର ମୋହନ ସାହୁ ଓ ସରୋଜ କାନ୍ତ ଜେନାJuly 6, 202673 views

ଅନୁଗୋଳ: ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ କୁରୁଡୋଲଠାରେ ଜିଲ୍ଲାସ୍ତରୀୟ ବନ ମହୋତ୍ସବ ସପ୍ତାହ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳ ଲୋକସଭା ସାଂସଦ ଶ୍ରୀ ରୁଦ୍ର ନାରାୟଣ ପାଣି, ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ଆର୍ସିସିଏଫ୍ ଶ୍ରୀ ସଞ୍ଜୟ ସ୍ୱାଇଁ, ଅନୁଗୋଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ବବିତା ପ୍ରଧାନ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ଲୋକସଭା ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିନିଧି ଶ୍ରୀ ସୁଦୀପ ଗଡ଼ନାୟକ, ଅନୁଗୋଳ ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀ ନୀତିଶ କୁମାର ଏବଂ କୁରୁଡୋଲ ସରପଞ୍ଚ ଶ୍ରୀ ଦିବାକର ମହାଳିକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଓ ବନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଅତିଥିମାନେ ବୃକ୍ଷରୋପଣ କରି ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ସହ ସମସ୍ତଙ୍କୁ ଅଧିକରୁ ଅଧିକ ଗଛ ଲଗାଇ ପରିବେଶକୁ ସବୁଜ, ସ୍ୱଚ୍ଛ ଓ ସୁସ୍ଥ ରଖିବା ପାଇଁ ଆହ୍ୱାନ ଜଣାଇଥିଲେ।
