--:--:--
-- ---
Srishti News

ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Kendujhar (କେନ୍ଦୁଝର)କେନ୍ଦୁଝର ରୁ ନିରଞ୍ଜନ ପାଣିJuly 7, 202636 views
ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
କେନ୍ଦୁଝର: ୦୬.୦୭:​ କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାର ହଲ୍ ଠାରେ ଆଜି ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହଙ୍କ ନିର୍ଦ୍ଦେଶକ୍ରମେ ବିଭିନ୍ନ ବିଭାଗୀୟ ଅଧିକାରୀ ବିଭିନ୍ନ ପ୍ରାନ୍ତରୁ ଆସିଥିବା ଶତାଧିକ ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ। ଆଜିର ଏହି ଶିବିରରେ ମୋଟ ୧୭୫ ଟି ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଛି।ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ୧୪୭ ଟି, ସାମୁହିକ ଅଭିଯୋଗ ୨୮ଟି​, ରେଡକ୍ରସ ସହାୟତା ପାଇଁ ଗୋଟିଏ ଆବେଦନ ଗ୍ରହଣ କରାଯାଇଛି।, ୪୧ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ନୀତିନ କୁଶଳକର,ବନଖଣ୍ଡ ଅଧିକାରୀ ଧନରାଜ ଏଚ. ଡି,ଅତିରିକ୍ତ ଜିଲ୍ଲାପାଳ ମନ୍ଦରଧର ମହାଳିକ, ରବିନ୍ଦ୍ର କୁମାର ପ୍ରଧାନ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ କୁମାର ନାଗଭୂଷଣ, ଉପଜିଲ୍ଲାପାଳ ଉମାଶଙ୍କର ଦଳାଇ ଓ ଅନ୍ୟାନ୍ୟ ବିଭାଗୀୟ ମୁଖ୍ୟମାନେ ଉପସ୍ଥିତ ରହି ଜନସାଧାରଣଙ୍କ ସମସ୍ୟା ବୁଝିଥିଲେ।