ବର୍ଷ ଧରି ଡାକ୍ତର ଓ ଫାର୍ମାସିଷ୍ଟ ବିହୀନ ମାଣିକାଗୋଡ଼ା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ରୋଗୀ ହନ୍ତସନ୍ତ
Khordha (ଖୋର୍ଦ୍ଧା)ରିପୋର୍ଟ- ପ୍ରିୟଙ୍କା ମହାପାତ୍ର, ଖୋର୍ଦ୍ଧାJuly 11, 202654 views

ଖୋର୍ଦ୍ଧା-ଖୋର୍ଦ୍ଧା ଜିଲ୍ଲାର ମାଣିକାଗୋଡ଼ା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ଅବସ୍ଥା ଅତ୍ୟନ୍ତ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଦୀର୍ଘ ୪ ବର୍ଷ ଧରି ଏହି ସ୍ୱାସ୍ଥ୍ୟ କେନ୍ଦ୍ରରେ ନିୟମିତ ଡାକ୍ତର ଓ ଫାର୍ମାସିଷ୍ଟ ନିଯୁକ୍ତି ହୋଇନଥିବାରୁ ସ୍ଥାନୀୟ ଲୋକମାନେ ମୌଳିକ ସ୍ୱାସ୍ଥ୍ୟସେବାରୁ ବଞ୍ଚିତ ହେଉଛନ୍ତି। ସାମାନ୍ୟ ଚିକିତ୍ସା ପାଇଁ ମଧ୍ୟ ରୋଗୀମାନଙ୍କୁ ଦୂରବର୍ତ୍ତୀ ସ୍ୱାସ୍ଥ୍ୟ କେନ୍ଦ୍ର କିମ୍ବା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଯିବାକୁ ପଡ଼ୁଛି। ଜରୁରୀ ସମୟରେ ଏହା ଗ୍ରାମବାସୀଙ୍କ ପାଇଁ ଗୁରୁତର ସମସ୍ୟା ସୃଷ୍ଟି କରୁଛି।
ସ୍ଥାନୀୟ ଲୋକମାନେ ଅଭିଯୋଗ କରିଛନ୍ତି ଯେ, ବାରମ୍ବାର ପ୍ରଶାସନଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କୌଣସି ସ୍ଥାୟୀ ବ୍ୟବସ୍ଥା ହୋଇନାହିଁ। ତୁରନ୍ତ ଡାକ୍ତର ଓ ଫାର୍ମାସିଷ୍ଟ ନିଯୁକ୍ତି ସହ ସ୍ୱାସ୍ଥ୍ୟ କେନ୍ଦ୍ରକୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବାକୁ ସେମାନେ ଦାବି କରିଛନ୍ତି।
