ଗୋପାଳପୁର ଆଶ୍ରମ ଵିଦ୍ୟାଳୟରେ ବନ ମହୋତ୍ସବ ପାଳିତ
Bargarh (ବରଗଡ଼)ରିପୋର୍ଟ : ସିଧେଶ୍ୱର ବରିହା, ଭଟଲିJuly 11, 202650 views

ବରଗଡ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ ଗୋପାଳପୁର ସ୍ଥିତ ଆଶ୍ରମ ବିଦ୍ୟାଳୟରେ ୭୭ତମ ବନ ମହୋତ୍ସବ ପାଳିତ ହୋଇଯାଇଛି।ପ୍ରଧାନ ଶିକ୍ଷକ ଉଚ୍ଛବ ଭୁଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଇକୋ କ୍ଲବ୍ ମାଷ୍ଟର ଟ୍ରେନର ତଥା ଜୁନିଅର୍ ରେଡକ୍ରସ କାଉନସେଲର ସଞ୍ଜୟ ଖମାରୀ ଯୋଗ ଦେଇ ବୃକ୍ଷ ରୋପଣର ଆବଶ୍ୟକତା ସମ୍ପର୍କରେ ଛାତ୍ରଛାତ୍ରୀମାନଙ୍କୁ ଧାରଣା ଦେଇଥିଲେ। ମୁଖ୍ୟ ବକ୍ତା ଭାବରେ ଭଟଲି ବନପାଳ କଂଗ୍ରେସ ସୁନା,ସମ୍ମାନିତ ଅତିଥିରୂପେ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଅନନ୍ତ ସାହୁ ଯୋଗ ଦେଇଥିଲେ।ଗତ ବାର୍ଷିକ ପରୀକ୍ଷାରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଥିବା କୃତୀ ଛାତ୍ରଛାତ୍ରୀମାନଙ୍କୁ ଫଳ ଚାରା ପ୍ରଦାନ କରାଯାଇଥିଲା।କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷକ ରାଜୀବ ସାହୁ, ଶିକ୍ଷୟିତ୍ରୀ ଦୀପ୍ତି ତ୍ରିପାଠୀ,ମମତା ସାହୁ, ପଞ୍ଚମୀ ନାଏକ,ସାବିତ୍ରୀ ସା,ମାନସୀ ଷଣ୍ଢ, ଜୟନ୍ତୀ ମୁନା, ସାବିତ୍ରୀ ଭୁଏ, ସାବିତ୍ରୀ ବାଡା,ସବିତା ବାଗ ସହଯୋଗ କରିଥିଲେ।ଶିକ୍ଷକ ଅଷ୍ଟମନ୍ୟୁ ବାରିକ ସଭାକାର୍ଯ୍ୟ ପରିଚାଳନା କରିଥିବାବେଳେ ଶିକ୍ଷକ ଦିଲ୍ଲୀପ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ ।ଅତିଥିବୃନ୍ଦ,ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଓ ଇକୋ କ୍ଲବର ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରି ଚାରା ରୋପଣ କରିଥିଲେ।
