--:--:--
-- ---
Srishti News

ଭୟାବହ ବସ୍ ଦୁର୍ଘଟଣା: ୨୪ ଆହତ, ୬ ଜଣଙ୍କ ଅବସ୍ଥା ଗୁରୁତର

Angul (ଅନୁଗୋଳ)ରିପୋର୍ଟ: ରୁଦ୍ର ମୋହନ ସାହୁ ଓ ସରୋଜ କାନ୍ତ ଜେନାJuly 22, 202670 views
ଭୟାବହ ବସ୍ ଦୁର୍ଘଟଣା: ୨୪ ଆହତ, ୬ ଜଣଙ୍କ ଅବସ୍ଥା ଗୁରୁତର
ଅନୁଗୋଳ: ଅନୁଗୋଳ ଜିଲ୍ଲା କଣିହାଁ ବ୍ଲକ ସମଲ ଥାନା ଅନ୍ତର୍ଗତ ୧୪୯ ନମ୍ବର ଜାତୀୟ ରାଜପଥର ବୁରୁକୁନା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ଭୟାବହ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୁନ୍ଦରଗଡ଼ରୁ ପୁରୀ ଅଭିମୁଖେ ଯାଉଥିବା ବସ୍‌ଟି ଭାରସାମ୍ୟ ହରାଇ ଦୁର୍ଘଟଣାରେ ପଡ଼ିଥିବା ସୂଚନା ମିଳିଛି। ଦୁର୍ଘଟଣା ଖବର ପାଇ ସମଲ ଓ ଖମାର ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହଯୋଗରେ ଉଦ୍ଧାର କାର୍ଯ୍ୟ ଚଳାଇଥିଲେ। ଆହତ ଯାତ୍ରୀମାନଙ୍କୁ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଡାକ୍ତରଖାନାକୁ ପଠାଯାଇଛି। ଏହି ଦୁର୍ଘଟଣାରେ ମୋଟ ୨୪ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି। ଗୁରୁତର ଆହତମାନଙ୍କୁ ଉନ୍ନତ ଚିକିତ୍ସା ପାଇଁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।