ଅନୁଗୋଳରେ ବନ୍ୟା ପ୍ରଭାବିତଙ୍କ ପାଖରେ ପ୍ରଶାସନ
Angul (ଅନୁଗୋଳ)ରିପୋର୍ଟ: ସନାତନ କର ଓ ସରୋଜ କାନ୍ତ ଜେନାAugust 1, 202641 views

ଅନୁଗୋଳ: ଜିଲ୍ଲାର ବନ୍ୟା ପ୍ରଭାବିତ ଅଞ୍ଚଳରେ ସହାୟତା ଓ ତ୍ରାଣ କାର୍ଯ୍ୟ ଜୋରଦାର ଭାବେ ଜାରି ରହିଛି। ପୋଲିସ ଅଧିକାରୀମାନେ, ସବ୍-କଲେକ୍ଟର ଓ ତହସିଲଦାରଙ୍କ ସହ ଟିକରପଡ଼ା ଅଞ୍ଚଳର ବେହେରା ସାହି, ମାଝିପଡ଼ା ଏବଂ ଗଇନ୍ଦି ଗ୍ରାମ ପରିଦର୍ଶନ କରି ବନ୍ୟା ସ୍ଥିତିର ସମୀକ୍ଷା କରିଥିଲେ।
ଅଧିକାରୀମାନେ ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କରି ସେମାନଙ୍କ ସମସ୍ୟା ଓ ଆବଶ୍ୟକତା ସମ୍ପର୍କରେ ଅବଗତ ହୋଇଥିଲେ। ଏହା ସହିତ ଜିଲ୍ଲା ପ୍ରଶାସନ ସହ ସମନ୍ୱୟ ରକ୍ଷା କରି ଖାଦ୍ୟ, ପାନୀୟ ଜଳ, ସ୍ୱାସ୍ଥ୍ୟସେବା ସମେତ ସମସ୍ତ ପ୍ରକାରର ଆବଶ୍ୟକ ସହାୟତା ଯୋଗାଇ ଦିଆଯିବ ବୋଲି ଆଶ୍ୱାସନା ଦେଇଥିଲେ। ବନ୍ୟା ପ୍ରଭାବିତ ପରିବାରଙ୍କୁ ତୁରନ୍ତ ସହାୟତା ପହଞ୍ଚାଇବା ପାଇଁ ପ୍ରଶାସନ ପକ୍ଷରୁ ନିରନ୍ତର ପଦକ୍ଷେପ ଗ୍ରହଣ କରାଯାଉଛି।
