--:--:--
-- ---
Srishti News

ପିଚୁକୁଳି ଆଦର୍ଶ ବିଦ୍ୟାଳୟ ପଛପଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ତଦନ୍ତରେ ବେଗୁନିଆ ପୋ

Khordha (ଖୋର୍ଦ୍ଧା)ରିପୋର୍ଟ: ପ୍ରିୟଙ୍କା ମହାପାତ୍ର, ଖୋର୍ଦ୍ଧାAugust 3, 202627 views
ପିଚୁକୁଳି ଆଦର୍ଶ ବିଦ୍ୟାଳୟ ପଛପଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ତଦନ୍ତରେ ବେଗୁନିଆ ପୋ
ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ପିଚୁକୁଳି ଆଦର୍ଶ ବିଦ୍ୟାଳୟର ପଛପଟରୁ ସୋମବାର ସକାଳେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହେବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସକାଳେ ସ୍ଥାନୀୟ ଲୋକେ ବିଦ୍ୟାଳୟ ପଛପଟରେ ମୃତଦେହ ପଡ଼ିଥିବା ଦେଖି ତୁରନ୍ତ ବେଗୁନିଆ ଥାନା ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବୈଜ୍ଞାନିକ ଢଙ୍ଗରେ ତଦନ୍ତ ଆରମ୍ଭ କରିଛି। ମୃତ ବ୍ୟକ୍ତିଙ୍କ ପରିଚୟ ଏପର୍ଯ୍ୟନ୍ତ ଜଣାପଡ଼ିନଥିବା ବେଳେ, ମୃତ୍ୟୁର କାରଣ ମଧ୍ୟ ସ୍ପଷ୍ଟ ହୋଇନାହିଁ। ପୋଲିସ ଘଟଣାର ସମସ୍ତ ଦିଗକୁ ନେଇ ତଦନ୍ତ କରୁଥିବା ସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଷ୍ଟମର୍ଟମ ରିପୋର୍ଟ ହାତକୁ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ପୋଲିସ ସୂଚନା ଦେଇଛି। ସେପଟେ ମୃତ ବ୍ୟକ୍ତିଙ୍କ ପରିଚୟ ଜାଣିବା ଓ ଘଟଣାର ରହସ୍ୟ ଉନ୍ମୋଚନ ପାଇଁ ବେଗୁନିଆ ପୋଲିସ ତଦନ୍ତକୁ ଜୋରଦାର କରିଛି।