--:--:--
-- ---
Srishti News

ଅନୁଗୋଳ ବିଜେପି କାର୍ଯ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ

Angul (ଅନୁଗୋଳ)ରିପୋର୍ଟ: ରୁଦ୍ର ମୋହନ ସାହୁ ଓ ସରୋଜ କାନ୍ତ ଜେନାAugust 15, 202696 views
ଅନୁଗୋଳ ବିଜେପି କାର୍ଯ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ
ଅନୁଗୋଳ: ୮୦ତମ ସ୍ୱାଧୀନତା ଦିବସ ଅବସରରେ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେପି କାର୍ଯ୍ୟାଳୟ, ମିଶ୍ରପଡ଼ାଠାରେ ସ୍ୱାଧୀନତା ଦିବସ ପାଳିତ ହୋଇଛି। ଅନୁଗୋଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ ଦଳୀୟ ନେତୃବୃନ୍ଦ ଓ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହାପରେ ସମସ୍ତେ ମିସି ଜାତୀୟ ସଙ୍ଗୀତ ଗାନ କରିଥିଲେ। ଦେଶର ସ୍ୱାଧୀନତା ପାଇଁ ନିଜର ଜୀବନ ଓ ସର୍ବସ୍ୱ ବଳିଦାନ ଦେଇଥିବା ମହାନ ସ୍ୱାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରି ଶ୍ରଦ୍ଧାଞ୍ଜଳି ଜଣାଯାଇଥିଲା। ଏହି ଅବସରରେ ବିଧାୟକ ଶ୍ରୀ ପ୍ରଧାନ ଦେଶର ଏକତା, ଅଖଣ୍ଡତା ଓ ସର୍ବାଙ୍ଗୀଣ ଉନ୍ନତି ପାଇଁ ସମସ୍ତେ ନିଜ ନିଜ କର୍ତ୍ତବ୍ୟକୁ ସଚ୍ଚୋଟତା ଓ ନିଷ୍ଠାର ସହ ପାଳନ କରିବାକୁ ଆହ୍ୱାନ ଦେଇଥିଲେ। କାର୍ଯ୍ୟକ୍ରମରେ ବହୁ ଦଳୀୟ ନେତା, କର୍ମକର୍ତ୍ତା ଓ କର୍ମୀ ଉପସ୍ଥିତ ଥିଲେ।