ବୋଲଗଡ଼ ବାମନ ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ସ୍ୱାଧୀନତା ଦିବସ ପାଳିତ
Khordha (ଖୋର୍ଦ୍ଧା)ରିପୋର୍ଟ- ପ୍ରିୟଙ୍କା ମହାପାତ୍ର ଖୋର୍ଦ୍ଧାAugust 15, 202612 views

ଖୋର୍ଦ୍ଧା: ବୋଲଗଡ଼ ବାମନ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଦେଶାତ୍ମବୋଧର ସହ ପାଳିତ ହୋଇଯାଇଛି। ଏହି ଅବସରରେ ବେଗୁନିଆ ବିଧାୟକ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।
ପତାକା ଉତ୍ତୋଳନ ପରେ ବିଧାୟକ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବା ସହ ସ୍ୱାଧୀନତା ସଂଗ୍ରାମୀଙ୍କ ତ୍ୟାଗ ଓ ବଳିଦାନକୁ ସ୍ମରଣ କରିଥିଲେ। ଦେଶର ଏକତା, ଅଖଣ୍ଡତା ଓ ବିକାଶ ପାଇଁ ସମସ୍ତେ ନିଜ ନିଜ କର୍ତ୍ତବ୍ୟ ସଠିକ୍ ଭାବେ ପାଳନ କରିବାକୁ ସେ ଆହ୍ୱାନ ଦେଇଥିଲେ।
କାର୍ଯ୍ୟକ୍ରମରେ ବ୍ଲକ ପ୍ରଶାସନର ଅଧିକାରୀ, ଜନପ୍ରତିନିଧି, ଶିକ୍ଷକ-ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଓ ବିଭିନ୍ନ ବର୍ଗର ଲୋକେ ଯୋଗଦେଇଥିଲେ। ଛାତ୍ରଛାତ୍ରୀଙ୍କ ପକ୍ଷରୁ ଦେଶଭକ୍ତିମୂଳକ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ପରିବେଷଣ କରାଯାଇଥିଲା।
