ଅନୁଗୋଳରେ ବ୍ରହ୍ମକୁମାରୀ ଶାଖା ପକ୍ଷରୁ ରକ୍ତଦାନ ଶିବିର
Angul (ଅନୁଗୋଳ)ରିପୋର୍ଟ: ରୁଦ୍ର ମୋହନ ସାହୁ ଓ ସରୋଜ କାନ୍ତ ଜେନାAugust 23, 202652 views

ଅନୁଗୋଳ: ଶାନ୍ତି ଅନୁଭୂତି ଧାମ ବ୍ରହ୍ମକୁମାରୀ ଅନୁଗୋଳ ଶାଖା ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଶିବିରରେ ମୁଖ୍ୟଅତିଥି ଭାବେ ଅନୁଗୋଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ ଯୋଗଦେଇ ରକ୍ତଦାନ ଶିବିରକୁ ଉଦ୍ଘାଟନ କରିଥିଲେ।
ଏହି ଅବସରରେ ବିଧାୟକ ଶ୍ରୀ ପ୍ରଧାନ ବ୍ରହ୍ମକୁମାରୀ ଅନୁଗୋଳର କର୍ମକର୍ତ୍ତା ଓ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ। ଅନୁଗୋଳର ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଆୟୋଜକ ଓ ରକ୍ତଦାତାମାନଙ୍କୁ ପ୍ରୋତ୍ସାହିତ କରିଥିଲେ।
ରକ୍ତର ଅଭାବ ଦୂର କରିବା ସହ ଜରୁରୀ ସମୟରେ ରୋଗୀଙ୍କୁ ରକ୍ତ ଯୋଗାଣରେ ସହାୟତା କରିବା ଉଦ୍ଦେଶ୍ୟରେ ଏହି ଶିବିର ଆୟୋଜନ କରାଯାଇଥିଲା। ଏଭଳି ମହତ୍ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ବ୍ରହ୍ମକୁମାରୀ ଅନୁଗୋଳ ଶାଖାର ସମସ୍ତ ସଦସ୍ୟ ଓ ସଦସ୍ୟାଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଯାଇଛି।
