--:--:--
-- ---
Srishti News

ପୋଲ ତଳକୁ ଖସିଲା କାର, ଅଳ୍ପକେ ବର୍ତ୍ତିଲେ ୬ ଜଣ

Jajpur (ଯାଜପୁର)ବରୀରୁ ସୁଧାଂଶୁ ଶେଖର ଓଝାଙ୍କ ରିପୋର୍ଟSeptember 4, 202631 views
ପୋଲ ତଳକୁ ଖସିଲା କାର, ଅଳ୍ପକେ ବର୍ତ୍ତିଲେ ୬ ଜଣ
ବରୀ: ଯାଜପୁର ଜିଲ୍ଲା ବରୀ ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିବା ଜଣାପଡ଼ିଛି। ଘଟଣା ସମୟରେ କାର ଭିତରେ ଥିବା ୬ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। କାରଟି ପାଣି ଭିତରେ ପଡ଼ିଯାଇଥିବାରୁ ଘଟଣାସ୍ଥଳରେ କିଛି ସମୟ ପାଇଁ ଆତଙ୍କର ପରିବେଶ ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକଙ୍କ ସହଯୋଗରେ କାର ଭିତରେ ଥିବା ଲୋକମାନଙ୍କୁ ବାହାରକୁ ଅଣାଯାଇଥିଲା l