ଅନୁଗୋଳ DHH ପରିଦର୍ଶନ କଲେ ଏସ୍ପି, ସୁରକ୍ଷା ବ୍ୟବସ୍ଥାର କଲେ ସମୀକ୍ଷା
Angul (ଅନୁଗୋଳ)ରିପୋର୍ଟ: ରୁଦ୍ର ମୋହନ ସାହୁ ଅନୁଗୋଳSeptember 19, 202646 views

ଅନୁଗୋଳ: ଅନୁଗୋଳ ଏସ୍ପି ଏବଂ ଅନୁଗୋଳ ଥାନା ଅଧିକାରୀ ଶନିବାର ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ (DHH) ପରିଦର୍ଶନ କରି ହସ୍ପିଟାଲ ପରିସର ଓ ଏହାର ଆଖପାଖ ଅଞ୍ଚଳର ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଥିଲେ।
ପରିଦର୍ଶନ ସମୟରେ ଏସ୍ପି ହସ୍ପିଟାଲର ବିଭିନ୍ନ ଅଞ୍ଚଳ ବୁଲି ଦେଖିବା ସହ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ସହ ଆଲୋଚନା କରିଥିଲେ। ହସ୍ପିଟାଲକୁ ଆସୁଥିବା ରୋଗୀ, ସମ୍ପର୍କୀୟ ଓ ସାଧାରଣ ଲୋକଙ୍କ ସୁରକ୍ଷା ନେଇ ଥିବା ବ୍ୟବସ୍ଥାର ମଧ୍ୟ ଅନୁଧ୍ୟାନ କରିଥିଲେ।
ହସ୍ପିଟାଲ ପରିସରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା, ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଓ ଆବଶ୍ୟକ ସ୍ଥାନରେ ପୋଲିସ ପକ୍ଷରୁ ନିରୀକ୍ଷଣ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା।
ଏହି ସମୀକ୍ଷା ସମୟରେ ପି.ଏମ୍.ପି. ମେଡିକାଲ କଲେଜ ଓ ହସ୍ପିଟାଲର ଅଧୀକ୍ଷକଙ୍କ ସମେତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ହସ୍ପିଟାଲରେ ରୋଗୀ ଓ ସାଧାରଣ ଲୋକଙ୍କ ପାଇଁ ସୁରକ୍ଷିତ ପରିବେଶ ସୁନିଶ୍ଚିତ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା।
