--:--:--
-- ---
Srishti News

ତୋଟାପଡ଼ା ଛକରେ ଭୟାବହ ସଡ଼କ ଦୁର୍ଘଟଣା

Khordha (ଖୋର୍ଦ୍ଧା)ରିପୋର୍ଟ- ପ୍ରିୟଙ୍କା ମହାପାତ୍ର, ଖୋର୍ଦ୍ଧାSeptember 20, 2026114 views
ତୋଟାପଡ଼ା ଛକରେ ଭୟାବହ ସଡ଼କ ଦୁର୍ଘଟଣା
ଖୋର୍ଦ୍ଧା: ବିଳମ୍ବିତ ରାତ୍ରିରେ ଖୋର୍ଦ୍ଧା ତୋଟାପଡ଼ା ଛକ ଉପରେ ଘଟିଛି ଭୟାବହ ସଡ଼କ ଦୁର୍ଘଟଣା। ଏକ ଆନ୍ଧ୍ରପ୍ରଦେଶ ନମ୍ବର ଥିବା ଟ୍ରକ୍ ଏକ ଟ୍ରଲରକୁ ପଛପଟୁ ଧକ୍କା ଦେଇଥିବା ଜଣାପଡ଼ିଛି।ଧକ୍କା ଏତେ ଜୋରଦାର ଥିଲା ଯେ ଟ୍ରକ୍‌ଟି ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଥିଲା। ଦୁର୍ଘଟଣାରେ ଟ୍ରକ୍‌ର ଚାଳକ ଓ ହେଲ୍ପରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ପରିଚୟ ଓ ଦୁର୍ଘଟଣାର ପ୍ରକୃତ କାରଣ ସମ୍ପର୍କରେ ଅଧିକ ସୂଚନା ମିଳିବା ବାକି ରହିଛି।