ତାଳଚେର କେନ୍ଦ୍ରୀୟ ଗଣେଶ ପୂଜା କମିଟିର ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଘାଟିତ
Angul (ଅନୁଗୋଳ)ରିପୋର୍ଟ: ରୁଦ୍ର ମୋହନ ସାହୁ ତାଳଚେର , ଅନୁଗୋଳSeptember 20, 202667 views

ତାଳଚେର: ତାଳଚେରର ଗଣପର୍ବ ପବିତ୍ର ଶ୍ରୀଗଣେଶ ପୂଜା ଅବସରରେ ତାଳଚେର କେନ୍ଦ୍ରୀୟ ଗଣେଶ ପୂଜା କମିଟି ପକ୍ଷରୁ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମର ଶୁଭ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଉଦଘାଟନୀ ଉତ୍ସବରେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଯୋଗଦେଇଥିବା ବେଳେ ପାଳଲହଡ଼ା ବିଧାୟକ ଅଶୋକ ମହାନ୍ତି ସମ୍ମାନୀତ ଅତିଥି ଭାବେ ଉପସ୍ଥିତ ଥିଲେ।
ଏହି ଅବସରରେ ତାଳଚେରର ସମୃଦ୍ଧ ସାଂସ୍କୃତିକ ପରମ୍ପରା ଓ ଐତିହ୍ୟକୁ ଆଗେଇ ନେଉଥିବା ବିଭିନ୍ନ ଗଣେଶ ପୂଜା କମିଟିକୁ ସମ୍ବର୍ଦ୍ଧିତ କରାଯାଇଥିଲା। ଅତିଥିମାନେ ତାଳଚେରର ଭାଇଚାରା, ସାଂସ୍କୃତିକ ଏକତା ଓ ପରମ୍ପରାକୁ ଅକ୍ଷୁଣ୍ଣ ରଖିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ।
ଏଥିସହ ତାଳଚେର କେନ୍ଦ୍ରୀୟ ଗଣେଶ ପୂଜା କମିଟିର ଉତ୍ତରୋତ୍ତର ଉନ୍ନତି, ସମୃଦ୍ଧି ଓ ଅଶେଷ ସଫଳତା କାମନା କରାଯାଇଥିଲା। ସାଂସ୍କୃତିକ ସନ୍ଧ୍ୟାରେ ବିଭିନ୍ନ ମନୋରଞ୍ଜନଧର୍ମୀ ଓ ପାରମ୍ପରିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।
