ଅନନ୍ତାପଲ୍ଲୀରେ ତ୍ରିନାଥ ଦେବଙ୍କ ବାର୍ଷିକ ଉତ୍ସବ
Khordha (ଖୋର୍ଦ୍ଧା)ରିପୋର୍ଟ- ପ୍ରିୟଙ୍କା ମହାପାତ୍ର, ଖୋର୍ଦ୍ଧାSeptember 30, 2026113 views

ଖୋର୍ଦ୍ଧା: ବୋଲଗଡ଼ ବ୍ଲକ ଗୋପାଳପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଅନନ୍ତାପଲ୍ଲୀ ଗ୍ରାମରେ ପ୍ରଭୁ ଶ୍ରୀ ଶ୍ରୀ ତ୍ରିନାଥ ଦେବଙ୍କ ବାର୍ଷିକ ଉତ୍ସବ ଭକ୍ତିମୟ ପରିବେଶରେ ପାଳିତ ହୋଇଯାଇଛି।ଏହି ଅବସରରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ବିଜେପି ରାଜ୍ୟ ଉପସଭାପତି ଡ. ଯତୀନ କୁମାର ମହାନ୍ତି ଯୋଗଦେଇଥିଲେ। ତାଙ୍କ ସହ ବହୁ ମାନ୍ୟଗଣ୍ୟ ଅତିଥି ଯୋଗଦେଇ କାର୍ଯ୍ୟକ୍ରମର ଶୋଭା ବଢ଼ାଇଥିଲେ। ଏହି ଅବସରରେ ଶ୍ରଦ୍ଧାଳୁ ଓ ଗ୍ରାମବାସୀଙ୍କ ମଧ୍ୟରେ ବେଶ୍ ଉତ୍ସାହ ଓ ଆନନ୍ଦ ପରିଲକ୍ଷିତ ହୋଇଥିଲା।
