ସୂଚନା ଓ ଲୋକସମ୍ପର୍କ ବିଭାଗ ଯୁଗ୍ମ ନିର୍ଦ୍ଦେଶିକାଙ୍କ ବରଗଡ଼ ଗସ୍ତ
Bargarh (ବରଗଡ଼)ରିପୋର୍ଟ ବଂଶୀଧର ନାୟକSeptember 30, 20268 views

ବରଗଡ ସୂଚନା ଓ ଲୋକସମ୍ପର୍କ ବିଭାଗ, ଉତ୍ତରାଞ୍ଚଳ, ସମ୍ବଲପୁରର ଅତିରିକ୍ତ ଉପନିର୍ଦ୍ଦେଶିକା ତଥା ଯୁଗ୍ମ ନିର୍ଦ୍ଦେଶିକା ଶ୍ରୀମତୀ କଲ୍ୟାଣୀ ଦାସ ଦିନିକିଆ ବରଗଡ଼ ଗସ୍ତରେ ଆସି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ କରିବା ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି।
ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (DIPRO) ଶ୍ରୀ ସନତ ପାଢ଼ୀ ଓ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଶ୍ରୀମତୀ ଦାଶଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ସମୀକ୍ଷା ସମୟରେ ଶ୍ରୀମତୀ ଦାଶ କାର୍ଯ୍ୟାଳୟର ବିଭିନ୍ନ ନଥିପତ୍ର, ରେଜିଷ୍ଟର, ଫାଇଲ୍ ଓ ସରକାରୀ ଦସ୍ତାବିଜ ଯାଞ୍ଚ କରିବା ସହ ବିଭାଗୀୟ କାର୍ଯ୍ୟଧାରାର ଅନୁଧ୍ୟାନ କରିଥିଲେ। ଜିଲ୍ଲା ପ୍ରଶାସନ ଓ ସାମ୍ବାଦିକମାନଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ଓ ଯୋଗାସୂତ୍ର ବଜାୟ ରଖି ବିଭାଗୀୟ କାର୍ଯ୍ୟକୁ ଆହୁରି ସୁଦୃଢ଼ କରିବା ଉପରେ ସେ ବିଶେଷ ଗୁରୁତ୍ୱ ଆରୋପ କରିଥିଲେ।
ଏହା ବ୍ୟତୀତ, ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଆୟୋଜିତ ଜିଲ୍ଲା ସ୍ତରୀୟ କୁଇଜ୍ ପ୍ରତିଯୋଗିତାରେ ଶ୍ରୀମତୀ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା କୃତୀ ଛାତ୍ରଛାତ୍ରୀମାନଙ୍କୁ ସେ ଉତ୍ସାହିତ କରିବା ସହ ଜିଲ୍ଲାର ପର୍ଯ୍ୟଟନ, ଐତିହ୍ୟ ଓ ସଂସ୍କୃତିର ବ୍ୟାପକ ପ୍ରଚାର ପ୍ରସାର ଦିଗରେ ବିଭାଗୀୟ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ।
