ଖୋର୍ଦ୍ଧା ହାବେଳୀ ପଡ଼ିଆରେ ‘ବିକଶିତ ଭାରତ ସଂକଳ୍ପ ସଭା’; ‘ସେବା ଜ୍ୟୋତି ଯାତ୍ରା’ର ଶୁଭାରମ୍ଭ
Khordha (ଖୋର୍ଦ୍ଧା)ରିପୋର୍ଟ- ପ୍ରିୟଙ୍କା ମହାପାତ୍ର, ଖୋର୍ଦ୍ଧାOctober 7, 202653 views

ଖୋର୍ଦ୍ଧା: ଖୋର୍ଦ୍ଧାସ୍ଥିତ ହାବେଳୀ ପଡ଼ିଆରେ ଆୟୋଜିତ ‘ବିକଶିତ ଭାରତ ସଂକଳ୍ପ ସଭା’ରେ ମାନ୍ୟବର ଓଡ଼ିଶା ମୁଖ୍ୟମନ୍ତ୍ରୀ ଯୋଗଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ସେବା ଜ୍ୟୋତି ଯାତ୍ରା’ର ଶୁଭାରମ୍ଭ କରିଛନ୍ତି।
କାର୍ଯ୍ୟକ୍ରମରେ ବିକଶିତ ଭାରତ ଗଠନ ଦିଗରେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ପଦକ୍ଷେପ ଓ ସେବାମୂଳକ କାର୍ଯ୍ୟକ୍ରମ ନେଇ ଆଲୋଚନା ହୋଇଥିବା ବେଳେ ଯାତ୍ରା ମାଧ୍ୟମରେ ଲୋକଙ୍କ ନିକଟରେ ସେବା ଓ ବିକାଶର ବାର୍ତ୍ତା ପହଞ୍ଚାଇବା ଉପରେ ଗୁରୁତ୍ୱ ଦିଆଯାଇଛି।
ସଭାରେ ଜନପ୍ରତିନିଧି, ପ୍ରଶାସନିକ ଅଧିକାରୀ, ଦଳୀୟ କର୍ମକର୍ତ୍ତାଙ୍କ ସମେତ ବହୁ ସଂଖ୍ୟକ ଲୋକ ଉପସ୍ଥିତ ଥିଲେ।
