ଗଞ୍ଜାମର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ପରିଦର୍ଶନ କଲେ ପର୍ଯ୍ୟଟନ କମିଶନର
Ganjam (ଗଞ୍ଜାମ)ରିପୋର୍ଟ ଦୀପକ କୁମାର ଚୌଧୁରୀOctober 11, 202637 views

ଛତ୍ରପୁର, 11/୧୦: ପର୍ଯ୍ୟଟନ ବିଭାଗର କମିଶନର ତଥା ଶାସନ ସଚିବ ବଳୱନ୍ତ ସିଂହ ଆଜି ଗଞ୍ଜାମ ଜିଲ୍ଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ପରିଦର୍ଶନ କରିଛନ୍ତି। ସେ ମା’ ନାରାୟଣୀ ମନ୍ଦିର, ଆର୍ଯ୍ୟପଲ୍ଲୀ ବେଳାଭୂମି, ଟାମ୍ପରା ହ୍ରଦ ଓ ଗୋପାଳପୁର ପରିଦର୍ଶନ କରି ସେଠାରେ ଚାଲିଥିବା ବିକାଶମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ।
ପରିଦର୍ଶନ ସମୟରେ ଗୋପାଳପୁର ବେଳାଭୂମିର ଭିତ୍ତିଭୂମି ବିକାଶ ଓ ଚାଲୁଥିବା ପ୍ରକଳ୍ପଗୁଡ଼ିକୁ ଧାର୍ଯ୍ୟ ସମୟ ମଧ୍ୟରେ ସମ୍ପୂର୍ଣ୍ଣ କରିବା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା। ଏଥିସହ ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ପର୍ଯ୍ୟଟକଙ୍କ ପାଇଁ ଆବଶ୍ୟକ ସୁବିଧାର ବିକାଶ ଓ ଆକର୍ଷଣ ବୃଦ୍ଧି ସମ୍ପର୍କରେ ଆଲୋଚନା ହୋଇଥିଲା।
ଏହି ପରିଦର୍ଶନ ସମୟରେ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ, ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା, ବ୍ରହ୍ମପୁର ମହାନଗର ନିଗମର ଆୟୁକ୍ତ ଆକବରମ ସସ୍ୟା ରେଡ୍ଡୀ, ବ୍ରହ୍ମପୁର ଉପଜିଲ୍ଲାପାଳ ଅବିନାଶ କୁମାରଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
