ବଅଁରପାଳରେ ମଣ୍ଡଳସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା, ବିଜେତାଙ୍କୁ ପୁରସ୍କାର ବିତରଣ
Angul (ଅନୁଗୋଳ)ରିପୋର୍ଟ: ରୁଦ୍ର ମୋହନ ସାହୁ ବଅଁରପାଳ , ଅନୁଗୋଳOctober 12, 202674 views

ବଅଁରପାଳ: ଅନୁଗୋଳ ଜିଲ୍ଲା ବଅଁରପାଳସ୍ଥିତ ପାଞ୍ଚଗଡ଼ ବିଜୟ କୁମାର (PBK) ଉଚ୍ଚ ବିଦ୍ୟାଳୟ ପରିସରରେ ମଣ୍ଡଳସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟଅତିଥି ଭାବେ ଅନୁଗୋଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ ଯୋଗଦେଇଥିବା ଅତିଥି କ୍ରୀଡ଼ାରେ ଭାଗ ନେଇଥିବା ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହ ବିଜେତା ଓ ଉପବିଜେତାମାନଙ୍କୁ ପୁରସ୍କାର ବିତରଣ କରିଥିଲେ।
କାର୍ଯ୍ୟକ୍ରମରେ ୨୮ ନମ୍ବର ଜୋନ୍ର ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ମୀରା ଗଡ଼ନାୟକ, ବଅଁରପାଳ ବ୍ଲକ୍ର ବିଡିଓ ଶ୍ରୀ ଲୋଚନ ଦାସ ଏବଂ ବ୍ଲକ୍ ଶିକ୍ଷା ଅଧିକାରୀ ଶ୍ରୀ ମାନସ ପୃଷ୍ଟି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ କ୍ରୀଡ଼ା କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ଉତ୍ସାହିତ କରିଥିଲେ।
ଏହି ପ୍ରତିଯୋଗିତା ଛାତ୍ରଛାତ୍ରୀଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ଶୃଙ୍ଖଳା ଓ ପ୍ରତିଯୋଗିତାମୂଳକ ଉତ୍ସାହ ବୃଦ୍ଧି କରିବା ସହ ସେମାନଙ୍କ ପ୍ରତିଭା ପ୍ରଦର୍ଶନ ପାଇଁ ଏକ ଉତ୍ତମ ମଞ୍ଚ ପ୍ରଦାନ କରିଥିଲା।
