ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ସଭାପତି ହେଲେ ବୈଶାଖୀ ବିଶ୍ୱାଳ
Khordha (ଖୋର୍ଦ୍ଧା)ରିପୋର୍ଟ- ପ୍ରିୟଙ୍କା ମହାପାତ୍ର, ଖୋର୍ଦ୍ଧାOctober 15, 202630 views

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନରେ ବିଜୁ ଛାତ୍ର ଜନତା ଦଳର ସମର୍ଥିତ ପ୍ରାର୍ଥୀ ବୈଶାଖୀ ବିଶ୍ୱାଳ ବିଜୟୀ ହୋଇଛନ୍ତି। ସେ ନିଜର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ୧୪୮ ଖଣ୍ଡ ଭୋଟ୍ରେ ପରାସ୍ତ କରି ମହାବିଦ୍ୟାଳୟର ଛାତ୍ର ସଂସଦ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି।
ବୈଶାଖୀଙ୍କ ବିଜୟ ପରେ ତାଙ୍କ ସମର୍ଥକ ଓ ବିଜୁ ଛାତ୍ର ଜନତା ଦଳର କର୍ମୀଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଛି। ଏହି ବିଜୟକୁ ନେଇ ସମର୍ଥକମାନେ ଖୁସିବ୍ୟକ୍ତ କରିଛନ୍ତି।
