ଯାଜପୁରରେ କାଳୀପୂଜା ଓ ଲକ୍ଷ୍ମୀନାରାୟଣ ପୂଜା ପାଇଁ ପ୍ରସ୍ତୁତି ବୈଠକ ଶାନ୍ତିଶୃଙ୍ଖଳା ଓ ଭାଇଚାରାର ସହ ପୂଜା ପାଳନ ଉପରେ ଗୁରୁତ୍ୱ
Jajpur (ଯାଜପୁର)ପ୍ରଦୀପ କୁମାର ପୃଷ୍ଟି,October 15, 202654 views

ଯାଜପୁର, ୧୫/୧୦/୨୦୨୬
ଯାଜପୁର ଜିଲ୍ଲାର ପ୍ରସିଦ୍ଧ କାଳୀପୂଜା ଓ ଲକ୍ଷ୍ମୀନାରାୟଣ ପୂଜାକୁ ଶାନ୍ତିଶୃଙ୍ଖଳା ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ପରିବେଶରେ ପାଳନ କରିବା ପାଇଁ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଅମ୍ବର କୁମାର କରଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।
ଚଳିତ ବର୍ଷ ନଭେମ୍ବର ୭ ଓ ୮ ତାରିଖରେ ପୂଜା ଆରମ୍ଭ ହେବାକୁ ଥିବାବେଳେ ୧୬ ଓ ୧୭ ତାରିଖରେ ଭସାଣି ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ଟ୍ରାଫିକ୍ ନିୟନ୍ତ୍ରଣ, ପୋଲିସ ମୁତୟନ, ଅଗ୍ନିନିରାପତ୍ତା, ସ୍ୱାସ୍ଥ୍ୟସେବା, ପାନୀୟ ଜଳ, ପରିମଳ ଓ ବିଦ୍ୟୁତ୍ ଯୋଗାଣ ଉପରେ ଗୁରୁତ୍ୱ ଦିଆଯାଇଛି।
ପୂଜା ଓ ଭସାଣି ଉତ୍ସବକୁ ସୁରୁଖୁରୁରେ ସମ୍ପନ୍ନ କରିବା ସହ ଶାନ୍ତି, ସଦ୍ଭାବନା ଓ ଭାଇଚାରାର ବାର୍ତ୍ତା ପ୍ରସାର ପାଇଁ ଜିଲ୍ଲାପାଳ ସମସ୍ତ ପୂଜା କମିଟି ଓ ସମ୍ପୃକ୍ତ ବିଭାଗକୁ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଛନ୍ତି।
ବୈଠକରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପୁଷ୍ପଲତା ବାରିକ, ଅତିରିକ୍ତ ଜିଲ୍ଲାପାଳ ଯୁଧିଷ୍ଠିର ନାଏକ, ପୌରପାଳିକାର ଅଧିକାରୀ, ବିଭିନ୍ନ ପୂଜା କମିଟି ଓ ଶାନ୍ତି କମିଟିର କର୍ମକର୍ତ୍ତାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧି ଯୋଗଦେଇଥିଲେ।
